ରାଧାନଗର ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ :-
ବୌଦ୍ଧ ହରଭଙ୍ଗା ରୁ କୃଷ୍ଣ ଚନ୍ଦ୍ର ସିଂହ ଭଂଜଦୂତ ନିୟୁଜ଼,,,
(ସୋମବାର )ଦିନ ସକାଳ 10 ଘଟିକା ସମୟରେ ହରଭଙ୍ଗା ବ୍ଲକ ରାଧାନଗର ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି l ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ | ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଉପ ଆରକ୍ଷୀ ଅଧୀକ୍ଷକ ଆନନ୍ଦ ଚନ୍ଦ୍ର ଡ଼ୁଙ୍ଗଡୁଙ୍ଗ ଓ ବିଭିନ୍ନ ବିଭାଗର ବ୍ଲକ ସ୍ତରୀୟ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କର୍ମଚାରୀ ମାନେ ଶିବିରରେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ସମାଧାନରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି l ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ପ୍ରଧାନ ଓ ରାଧାନଗର ସରପଞ୍ଚ ଗଣେଶ ବେହେରା ଶିବିର ପରିଚାଳନାରେ ସହଯୋଗ କରିଥିଲେ |
