*ସିନାପାଲି ବ୍ଲକ୍ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*
ନୂଆପଡା (ମିଖାଏଲ ନନ୍ଦ)
ନୂଆପଡା ଜିଲ୍ଲା ଅନ୍ତର୍ଗତ ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜନ ଶୁଣାଣି ଶିବିର ଉପଲକ୍ଷେ ଟିମନପୁର ପଞ୍ଚାୟତରେ ଏକ ରକ୍ତଦାନ ଶିବିର ଓ ଜନସାଧାରଣଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା। ଶିବିର ରେ ଅତିରିକ୍ତ ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ , ଉପଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଧନେଶ୍ୱର ସେଠୀ ,ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ଉପାଧ୍ୟକ୍ଷା ମୀନା ଘିବେଲା,ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟୀ କଲେକ୍ଟର ଚିନ୍ମୟ ସାଗର, ଶେଖ୍ ନସୀମ, ହେମନ୍ତ ପୁଟା ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ ଶୁଣାଣି ହୋଇଥିଲା। ଆଜି ଶିବିରରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।
