ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ….
(ସୋମବାର) ଦିନ ସକାଳ 10 ଘଣ୍ଟା ସମୟରେ ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଶିବିରରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋୟଲ, ଉପ ଆରକ୍ଷୀ ଅଧୀକ୍ଷକ ଆନନ୍ଦ ଡ଼ୁଙ୍ଗଡୁଙ୍ଗ,ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଗୋଷ୍ଟୀ ଉନ୍ନୟନ ଅଧିକାରୀ ବିଜୟ କୁମାର ପ୍ରଧାନ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଶିବିରରେ ଉପସ୍ଥିତ ରହି ଆସିଥିବା ଅଭିଯୋଗ ଗୁଡିକର ସମାଧାନ ରେ ସହଯୋଗ କରିଥିଲେ |
