ବିବେକାନନ୍ଦ ଏକାଡେମୀ ତରଫରୁ ପ୍ରତିଭା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ।
ସୋର (ଭଞ୍ଜଦୂତ, ଜ୍ୟୋତିପ୍ରକାଶ, ନିପ୍ର)::: ସୋର ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ବିବେକାନନ୍ଦ କନସେପ୍ଟ ଏକାଡେମୀ ତରଫରୁ ପ୍ରତିଭା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ର ସଭାପତି ମାନସ କୁମାର ପଣ୍ଡା ମଞ୍ଚ ପରିଚାଳନା କରିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ଵାମୀ ଗଣେଷାନନ୍ଦ ଜଗନ୍ନାଥ ଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ପୂବକ ଉଦ୍ ଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ଅଭିମନ୍ୟୁ ମହାନ୍ତି ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନିଟ୍ କୃତକାର୍ଯ୍ୟ କରିଥିବା ପ୍ରଭାସ ପତ୍ରି ଏବଂ ପ୍ରାର୍ଥ ସାରଥୀ ମହାପାତ୍ର ତତ୍ ସହ ଆଇ ଆଇ ଟି କୃତକାର୍ଯ୍ୟ କରିଥିବା ସୁବ୍ରତ କୁମାର ଜେନା ଙ୍କୁ ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ ତଥା ପୁରାତନ ଛାତ୍ରଛାତ୍ରୀ ଓ ରମେଶ ପ୍ରଧାନ ଙ୍କ ସମେତ ସମସ୍ତ ଅଭିଭାବକ ଉପସ୍ଥିତ ଥିଲେ।
