*ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ଫରସରା ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ।*
ନୁଆପଡ଼ା(ମିଖାଏଲ ନନ୍ଦ)
, ତା ୨୨/୧୨/୨୫
ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ବୋଡ଼େନ ବ୍ଲକର ଫରସରା ପଞ୍ଚାୟତର ବୁଢ଼ୀ ପଦର ଗାଁରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତହୋଇଯାଇଛି l ଏଥି ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ଏଵଂ ଅନ୍ୟାନ୍ୟ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗାଁରେ ପହଞ୍ଚିଥିଲେ । ମୁଖ୍ୟ ଅତିଥି ଜିଲ୍ଲାପାଳଙ୍କ ସହିତ ଉପ ଜିଲ୍ଲାପାଳ ସୁର୍ମୀ ସୋରେନ୍ , ବିଡ଼ିଓ ସୁଶାନ୍ତ କୁମାର ରଣା, ଅତିରିକ୍ତ ତହସିଲଦାର ଅନସୁୟା ବାଗଦେବି, ଫରସରା ସରପଞ୍ଚ ସରିତା ନିଆଲ ପ୍ରମୂଖ ଅତିଥି ଭାବରେ ଯୋଗଦେଇ ଥିଲେ । ଆଜିର ଏହି ସୁନ୍ଦର କାର୍ଯ୍ୟକ୍ରମ ପାଇଁ ବୁଢ଼ୀ ପଦର ଗାଁ ଆନନ୍ଦ ମୁଖର ହୋଇ ଉଠିଥିଲା l ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ନବଜାତକ ଶିଶୁ କନ୍ୟା ସ୍ନେହାଞ୍ଜଳି ମାଝୀ ଓ ତାର ପିତାମାତାଙ୍କୁ ସମାରୋହରେ ଜିଲ୍ଲାପାଳ ଉପହାର ଓ ବୃକ୍ଷ ରୋପଣ ପାଇଁ ଚାରା ପ୍ରଦାନ କରିଥିଲେ । ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ତିନି ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଅତିଥିମାନେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଭେଟି ଦେଇଥିଲେ l ଏହାପରେ ଶ୍ରମିକ ସଚେତନତା ଶିବିରରେ ଅତିଥି ମାନେ ଗାଁ ବାସୀ ମାନଙ୍କୁ ମନରେଗା ଯୋଜନାରେ କାମ କରିବା ସହିତ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଲାଭ ଉଠାଇବା ପାଇଁ ଆହ୍ଵାନ ଦେଇଥିଲେ l ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗଦେଇ ନିଜ ନିଜ ବିଭାଗର କଲ୍ୟାଣକାରୀ ଯୋଜନା ସମ୍ବନ୍ଧରେ ଜନସାଧାରଣଙ୍କୁ ବୁଝାଇଥିଲେ lସମସ୍ତଙ୍କୁ ସମ୍ବୋଧନ କରି ଜିଲ୍ଲାପାଳ କହିଲେଯେ ଗାଁର କୌଣସି ବି ପୁରୁଷ କିମ୍ବା ମହିଳା ଭୁଲ୍ ରେ ବି ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଇ ହଇରାଣ ହରକତ ହୁଅନ୍ତୁ ନାହିଁ l ନିଜ ଗାଁ ମାଟିରେ ରହି ମନରେଗା ଯୋଜନାରେ କାମ କରି ସବୁ ଶ୍ରମିକ ପରିବାର ଲକ୍ଷପତି ହୁଅନ୍ତୁ l ଚାଷୀ ଭାଇ ଭଉଣୀ ମାନେ ଉନ୍ନତପ୍ରଣାଳୀରେ ଚାଷ କରନ୍ତୁ l ଆମେ ସମସ୍ତେ ମିଶି ଫରସରା ପଞ୍ଚାୟତକୁ ପ୍ରବାସୀ ଶ୍ରମିକ ଓ ପ୍ଲାଷ୍ଟିକ୍ ମୁକ୍ତ କରି ପାରିବା ବୋଲି କହିଥିଲେ l ସଭାରେ ୧୧ ଜଣ ଶ୍ରମିକଙ୍କୁ ବିଭିନ୍ନ ବ୍ୟକ୍ତିଗତ ପ୍ରକଳ୍ପ ପାଇଁ କାର୍ଯ୍ୟାଦେଶ ଓ ଶ୍ରମ ବିଭାଗ ଦ୍ଵାରା ହିତାଧିକାରୀଙ୍କୁ ମୃତ୍ୟୁ କାଳୀନ ସହାୟତା ରାଶିର ଚେକ୍ ପ୍ରଦାନ କରାଗଲା। କାର୍ଯ୍ୟକ୍ରମକୁ ବି ଡି ଓ ସୁଶାନ୍ତ କୁମାର ରଣା ପରିଚାଳନା କରିଥିଲେ । ମୀନାଙ୍କ ନେତୃତ୍ୱରେ ରାମକାଠି ଦଳ ପ୍ଲାଷ୍ଟିକ ମୁକ୍ତ ପରିବେଶ ପାଇଁ ସଚେତନତା ନୃତ୍ୟ ପରିବେଷଣ କରି ଥିଲେ ।ସ୍ଥାନୀୟ ସରପଞ୍ଚ ସରିତା ନିଆଲ ଧନ୍ୟବାଦ ଅର୍ପଣ କରିଥିଲେ l ଶେଷରେ ଖରୀଆର ରେଞ୍ଜର ସୀତାରାମ ଶବର, ଫରେଷ୍ଟର ଖଗେଶ୍ୱର ମାଝୀ ଓ ବନ କର୍ମଚାରୀଙ୍କ ଦ୍ଵାରା ଆୟୋଜିତ ବୃକ୍ଷରୋପଣ ଓ ପକ୍ଷୀ ପାଇଁ ଦିନ ଟିଏ କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ଉପ ଜିଲ୍ଲାପାଳ ଓ ଅନ୍ୟମାନେ ସାମିଲ ଥିଲେ । ସମାରୋହକୁ ବୋଡ଼େନ ବିଡ଼ିଓ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଏସ ଗୀତା, ବୋଡ଼େନ ସିଡିପିଓ ଅର୍ଚ୍ଚନା ରାଉତ,ସରପଞ୍ଚ ପ୍ରମୁଖ ଆୟୋଜନ କରିଥିଲେ।
