
ଆର ଭାଲିଆ ସାହି ସରକାରୀ ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ।
ଗଜପତି (ଟିକି ଲିମା)
ଗଜପତି ଜିଲ୍ଲା ରା.ଉଦୟଗିରି ବ୍ଲକ ସୁବଲଡା ଗ୍ରାମପଞ୍ଚାୟତ ସ୍ଥିତ ରା.ଭାଲିଆସାହି ସରକାରୀ ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ୨୦୨୫-୨୦୨୬ ମହାସମାରହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଶବରଙ୍କ ସଭାପତିତ୍ବ ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରା.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ଶବର , ମୁଖ୍ୟ ବକ୍ତାଭାବେ ରାମଗିରି ସ୍ଥିତ ପି ଏମ ଶ୍ରୀ ସରକାରୀ (ଏସ ଏସ ଡି) ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସଞ୍ଜିବ କୁମାର ନାୟକ , ସମ୍ମାନିତ ଅତିଥିଭାବେ ୧୨ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟ ଦଣ୍ଡପାଣି ବଡମୁଣ୍ଡି , ସମିତିସଭ୍ୟ ଗଙ୍ଗାଧର ରଇତ , ବିଧାୟକ ପ୍ରତିନିଧି ଗୋପାଳ କୃଷ୍ଣ ଦଳାଇ ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବନମାଳୀ ଶବର ଓ ଆଖପାଖ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗଣ ପ୍ରମୁଖ ମଞ୍ଚାସୀନ ହୋଇଥିଲେ l ଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଂଗୀତ ନୃତ୍ୟ ପରିବେଷଣ ଓ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଙ୍କ ଦ୍ୱାରା ବିବରଣୀ ପଠନ କରାଯାଇଥିଲା l ଅତିଥିଙ୍କ ଅଭିଭାଷଣ ପରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରାଯାଇଥିଲା l ଶେଷରେ ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହାଇଥିଲା l କାର୍ଯ୍ୟକ୍ରମରେ ସମସ୍ତ ଅଭିଭାବକ , ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟ , ୱାର୍ଡ ମେମ୍ବର ଓ ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ l ପି ଏମ ଶ୍ରୀ ସରକାରୀ ଏସ ଏସ ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିଜ୍ଞାନ ବିଭାଗ ଇଂରାଜୀ ଅଧ୍ୟାପକ ଅଞ୍ଜିତ କୁମାର ପରିଛା ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମ ରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ l
