ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସଚେତନତା ପଦଯାତ୍ରା(ରମେଶ ଅଗ୍ରୱାଲ.)
ରାୟଗଡ଼ ତା ୦୮/୦୩/୨୦୨୬ ଅନ୍ତର୍ଜାତୀୟ ମହିଳା ଦିବସ ପାଳନର ତୃତୀୟ ଦିନରେ ଆଜି “ଶକ୍ତିର ଗତି, ରାଷ୍ଟ୍ରର ପ୍ରଗତି” ଶୀର୍ଷକ ସମ୍ବଳିତ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଇ ପଦଯାତ୍ରା ସ୍ଥାନୀୟ ଜିଲ୍ଲାସଂସ୍କୃତି ଭବନ ଛକରୁ ବାହାରି ସହରବାସୀଙ୍କୁ ମହିଳାଙ୍କ ଆତ୍ମସୁରକ୍ଷା, ଆତ୍ମସମ୍ମାନ ଓ ଆତ୍ମସ୍ୱାଭିମାନ ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲା । ଏହି ପଦୟlତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାଏକ ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l. ଏଥିରେ ପିଏ ଆଇଟିଡ଼ିଏ ଚନ୍ଦ୍ରକାନ୍ତ ମାଝୀ, ଅବକାରୀ ଅଧିକ୍ଷକ ଶ୍ରୀ ସନ୍ତୋଷ କୁମାର ଧଳ ସାମନ୍ତ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ,ଜିଲ୍ଲା କ୍ରୀଡା ଅଧିକାରୀ ସେଖ ଅlଲେନୁର, ସମେତ ବିଭିନ୍ନ ବିଦ୍ୟାଳୟର ଖେଳ ଶିକ୍ଷକ,ରାୟଗଡ଼ ମହାବିଦ୍ୟାଳୟ, ମହିଳା ମହାବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରୟାଗଡ଼ର ଛାତ୍ରୀ ମାନଙ୍କ ସମେତ ବିଭିନ୍ନ ବର୍ଗର ମହିଳା, କନ୍ୟାରତ୍ନମାନେ ଯୋଗଦାନ କରିଥିଲେ ।ଏହି ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି, ରାୟଗଡ଼ ବ୍ଲକ ଛକ, କପିଳାଶ ଛକଦେଇ ଇଣ୍ଡୋର ଷ୍ଟାଡିୟମରେ ପହଞ୍ଚିଥିଲା l
