ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ଗଜପତି( ଟିକି ଲିମା)
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଗୁମ୍ମା ବ୍ଲକ ପଞ୍ଚାୟତ ସମିତିର ସମୁଦାୟ ମୋଟ-୮୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୩୦ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁଇ ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସେହିପରି ୩୦ ଜଣଙ୍କୁ ଜଙ୍ଗଳ ଜମିପଟ୍ଟା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ୍ ମାରାଣ୍ଡି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
