ଜଙ୍ଗଲ ଜମି ଆଇନ୍ ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ କମିଟି ବୈଠକ ଅନୁଷ୍ଠିତ
ଦେବଗଡ଼: ଦେବଗଡ଼ ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଜଙ୍ଗଲ ଜମି ଆଇନ୍ ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକଟି ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣଙ୍କ ଆହ୍ୱାନ କ୍ରମେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା।
ବୈଠକରେ ଜିଲ୍ଲାର ବିଭିନ୍ନ ଜଙ୍ଗଲ ଜମି ଉପରେ ପ୍ରସ୍ତାବିତ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ବିଷୟରେ ସବିଶେଷ ଆଲୋଚନା କରାଯାଇଥିଲା। ବିଶେଷ କରି, ଏହି ପ୍ରକଳ୍ପଗୁଡ଼ିକ ପାଇଁ ଜଙ୍ଗଲ ଜମିର ଅନୁମତି କିପରି ଶୀଘ୍ର ଓ ସୁଚାରୁ ଭାବେ ପ୍ରଦାନ କରାଯିବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଶ୍ରୀ ସାହୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏହି ବୈଠକରେ ଏସିଏଫ୍ ସ୍ୱାଧୀନତା ସାହାଣୀ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଭାତ କୁମାର ଓଝା, ସମସ୍ତ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
