ବୌଦ୍ଧ (କୃଷ୍ଣଚନ୍ଦ୍ର ସିଂହ) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଷ୍ଟେଟ ବ୍ୟାଙ୍କ ଏବଂ ଜିଲ୍ଲା ରେଡ଼କ୍ରସର ମିଳିତ ଆନୁକୂଲ୍ୟରେ ଷ୍ଟେଟ ବ୍ୟାଙ୍କ ପ୍ରଦତ୍ତ ଏକ ଆମ୍ବୁଲାନ୍ସକୁ ଲୋକାର୍ପଣ କରାଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଯୋଗ ଦେଇ ଆମ୍ବୁଲାନ୍ସକୁ ଲୋକାର୍ପଣ କରିଥିଲେ । ଲୋକାର୍ପଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ, ଲିଡ ବ୍ୟାଙ୍କ ମେନେଜର ଡନ ବାସ୍କୋ ଡି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ଼ଃ ମଦନ ମୋହନ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡ଼ଃ ସଂଘମିତ୍ରା ପଣ୍ଡା, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲ୍ଲା ପ୍ରକଳ୍ପ ସଂଯୋଜକ ଗିରିଜା ପ୍ରସାଦ ମିଶ୍ର, ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ ।
