*ପ୍ରବଳ ବର୍ଷା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଆଜି ନୂଆପଡ଼ା ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ*
ନୂଆପଡ଼ା(ମିଖାଏଲ ନନ୍ଦ)
ତା. ୦୬/୦୭:
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନୂଆପଡ଼ା ଜିଲ୍ଲା ପାଇଁ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ସହ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶକ୍ରମେ ଆଜି, ତାରିଖ ୦୬.୦୭.୨୦୨୬ରେ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ।
ଏନେଇ ଜିଲ୍ଲା ଶିକ୍ଷା ଅଧିକାରୀ, ନୂଆପଡ଼ା ସୂଚନା ଦେଇଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ବର୍ଷାଜନିତ ପରିସ୍ଥିତି ଉପରେ ସତତ ନଜର ରଖାଯାଇଥିବାବେଳେ ଜନସାଧାରଣଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।
