ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଦେବଗଡ଼: ଦେବଗଡ଼ ଜିଲ୍ଲାର ବାରକୋଟ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଶିବିରରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଉପସ୍ଥିତ ରହି ସାଧାରଣ ଲୋକଙ୍କଠାରୁ ମୋଟ ୩୭ଟି ଅଭିଯୋଗ ଗ୍ରହଣ କରିଥିଲେ। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଏବଂ ୧୩ଟି ସାମୂହିକ ଅଭିଯୋଗ ରହିଥିବା ଜଣାପଡ଼ିଛି।
ଅଭିଯୋଗଗୁଡ଼ିକ ମଧ୍ୟରେ ସୁଭଦ୍ରା ଯୋଜନାର ଆର୍ଥିକ ସହାୟତା, ପାନୀୟ ଜଳ ସମସ୍ୟା, ସରକାରୀ ସହାୟତା ପ୍ରଦାନ, ଜମି ପଟ୍ଟା ସଂଶୋଧନ ସମେତ ବିଭିନ୍ନ ଜନସାଧାରଣଙ୍କ ସମସ୍ୟା ପ୍ରମୁଖ ଥିଲା। ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣି ତୁରନ୍ତ ଓ ଫଳପ୍ରଦ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଏହି ଅବସରରେ ଆରକ୍ଷୀ ଅଧିକ୍ଷକ କିଶୋର ଚନ୍ଦ୍ର ମୁଣ୍ଡ, ବନଖଣ୍ଡ ଅଧିକାରୀ ରଶ୍ମି ଜି., ଉପଜିଲ୍ଲାପାଳ ପରୀକ୍ଷିତ ସାହୁ, ଜିଲ୍ଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ଦିଲୀପ କୁମାର ପ୍ରଧାନ, ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର, ବାରକୋଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟକାନ୍ତ ବରିହା, ତହସିଲଦାର ରବୀନ୍ଦ୍ର କୁମାର ସାମଲଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଦେବଗଡ଼ରୁ ସୁରେଶ ମାଝୀଙ୍କ ରିପୋର୍ଟ।
