ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅଭିଯୋଗ ଶୁଣାଣି ଶିବିର।
ଜଗତସିଂହପୁର(ନି.ପ୍ର): ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଏହି ଶିବିରରେ ମୋଟ ୧୭୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୨୬ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଜିଲ୍ଲପାଳ ଙ୍କ ଜନଶୁଣାଣୀ କେବଳ ନାମକୁ ମାତ୍ର ଚାଲିଛି ହେଲେ ଯେଉଁ ଅଭିଯୋଗ ଦାଖଲ ହେଉଛି ତାହା କାର୍ଯ୍ୟକାରୀ କିନ୍ତୁ ହେଉନାହିଁ । ଏହି ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଜିଲା ପ୍ରକଳ୍ପ ନିର୍ବାହୀ ଅଧିକାରୀ ଅକ୍ଷୟ ପିଲ୍ଲେ, ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।
