ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ ।
ସୋର(ଜ୍ୟୋତି ପ୍ରକାଶ ଦୀକ୍ଷିତ) – ସୋର ବ୍ଲକ ଶିଙ୍ଗାଖୁଣ୍ଟା ପଞ୍ଚାୟତ ସିନ୍ଧୁଆ ଗ୍ରାମର ଜଣେ ନାବାଳିକାର ସାପକାମୁଡ଼ାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଏହି ଗ୍ରାମର ଚନ୍ଦନ ସିଂଙ୍କ ବଡ ଝିଅ ରାଧା ସିଂ ଗତକାଲି ରାତିରେ ଖାଇପିଇ ଶୋଇଥିବା ବେଳେ ବିଳମ୍ବିତ ରାତିରେ ତାଙ୍କୁ ସାପ କାମୁଡିଥିବା ପରିବାର ଲୋକଙ୍କୁ କହିଥିଲେ। ଆଜି ସକାଳେ ରାଧା ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ସୋର ପୁଲିସ ଡାକ୍ତର ଖାନାରେ ପହଂଚି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।
