ତାଳଚେର ସ୍ୱୟଂଶାସିତ ମହାବିଦ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ
ତାଳଚେର, ୧୫/୦୮: ତାଳଚେର ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଆଜି ଦେଶପ୍ରେମ ଓ ଉତ୍ସାହର ସହ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଉପ-ଜିଲ୍ଲାପାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।
ଏହାପରେ ଜାତୀୟ ସଙ୍ଗୀତ ପରିବେଷଣ ସହ ଏନ୍ସିସି କ୍ୟାଡେଟ୍ ଏବଂ ବିଭିନ୍ନ ସ୍କୁଲ-କଲେଜର ଛାତ୍ରଛାତ୍ରୀଙ୍କ ପକ୍ଷରୁ ଆକର୍ଷଣୀୟ ପରେଡ୍ ପ୍ରଦର୍ଶନ କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ପକ୍ଷରୁ ଦେଶାତ୍ମବୋଧକ ସଙ୍ଗୀତ, ବକ୍ତବ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା।
ଏହି ଅବସରରେ ତାଳଚେରର ବିକାଶ, ବିଦ୍ୟୁତ୍ ଓ ପାନୀୟଜଳ ଭଳି ମୌଳିକ ସେବାର ଉନ୍ନତି ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଶେଷରେ ଦେଶର ଏକତା, ଅଖଣ୍ଡତା ଓ ଉନ୍ନତି ପାଇଁ ସମସ୍ତେ ଏକାଠି ହୋଇ କାର୍ଯ୍ୟ କରିବାକୁ ସଂକଳ୍ପ ନେଇଥିଲେ। ଅନୁଗୋଳ ତାଳଚେର ରୁ ମନୋଜ ରାଉତ ଙ୍କ ଭଞ୍ଜଦୁତ ଖବର
