*ଆଦି କର୍ମଯୋଗୀ ଅଭିଯାନ ଅଧୀନରେ ଜନ ଶୁଣାଣି ଓ ସଚେତନତା କାର୍ଯ୍ୟକ୍ରମ*
(ରାୟଗଡ଼ା:ରମେଶ ଅଗ୍ରୱାଲ:ନିପ୍ର.)
ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ, ଓଡ଼ିଶା ସରକାରଙ୍କ ସହଯୋଗରେ ଆଦି କର୍ମଯୋଗୀ ଅଭିଯାନ ଅନ୍ତର୍ଗତ ଅନ୍ତର୍ଗତ ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ (DA-JGUA) ଅଧୀନରେ 420 ଟି ଗ୍ରାମ ଏବଂ PM-JANMAN ଅଧୀନରେ 105 ଟି ଗ୍ରାମ ରାୟଗଡ଼ା ଜିଲ୍ଲାରେ ଚୟନ ହୋଇଛି PM-JANMAN ଅଧୀନରେ ଚୟନ ହୋଇଥିବା ଗ୍ରାମଗୁଡ଼ିକ ମଧ୍ୟରେ 3 ଟି Micro Project ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା, ପାର୍ସାଲି, କଲ୍ୟାଣସିଂପୁର, ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା, ଚାଟିକଣା, ବିଷମକଟକ ଏବଂ ଲାଞ୍ଜିଆ ସଉରା ଉନ୍ନୟନ ସଂସ୍ଥା, ପୁଟ୍ଟାସିଂ, ଗୁଣପୁରଅନ୍ତର୍ଭୁକ୍ତ ଅଛି।
ଉକ୍ତ ଚିହ୍ନଟ ଆଦିବାସୀ ବହୁଳ ଗ୍ରାମଗୁଡ଼ିକରେ ଥିବା ବିଭିନ୍ନ କାର୍ଯ୍ୟକ୍ଷମ ଆଦି ସେବାକେନ୍ଦ୍ର ଗୁଡ଼ିକରେ ଚଳିତ ମାସ ୧୩ ତାରିଖରୁ ୧୫ ତାରିଖ ମଧ୍ୟରେ ଜନ ଶୁଣାଣି ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ସମାଜର ଶେଷ ସୀମାରେ ଥିବା ଲୋକଙ୍କ ନିକଟରେ ସରକାରୀ ଯୋଜନା ଓ ସେବାଗୁଡ଼ିକୁ ପହଞ୍ଚାଇବା, ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ଜନସାଧାରଣଙ୍କ ଅଭିଯୋଗ ଓ ସମସ୍ୟାଗୁଡ଼ିକର ଶୁଣାଣି କରି ବିଭିନ୍ନ ବିଭାଗ ସହ ସମନ୍ୱୟ ରକ୍ଷା କରି ସମାଧାନର ବ୍ୟବସ୍ଥା କରିବା।ଏହି ଜନ ଶୁଣାଣି ଓ ସଚେତନତା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନସାଧାରଣ ଯୋଗଦେଇଥିବାବେଳେ ପଞ୍ଚାୟତସ୍ତରୀୟ ଜନ ପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼ା ଜିଲ୍ଲା ନୋଡାଲ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିବାବେଳେ ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଗୁଣୁପୁର, ସମସ୍ତ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ସମସ୍ତ ବ୍ଲକର ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ ସହଯୋଗ ଓ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ, ତଥା ସମସ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ସକ୍ରିୟ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣ ଓ ପ୍ରଶାସନ ମଧ୍ୟରେ ସିଧାସଳଖ ଯୋଗାଯୋଗ ସୁଦୃଢ଼ ହେବା ସହିତ ସରକାରୀ ଯୋଜନା ଓ ସେବାର ସୁଫଳ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ହୋଇପାରିଛି।
