କୋରାପୁଟ, ୦୪/୦୯/୨୦୨୬: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍-କିଷାନ ରବି ୨୦୨୬-୨୭ର ୫ମ କିସ୍ତିର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ରାଜ୍ୟର ବିଭିନ୍ନ ସ୍ଥାନରେ କରାଯାଇଥିବା ବେଳେ କୋରାପୁଟ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସଦଭାବନା ସଭାଗୃହ, କୋରାପୁଟଠାରେ ଅନୁଷ୍ଠିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ, କୋରାପୁଟ ଶ୍ରୀ ରଘୁରାମ ମାଛ, ସ୍ୱତନ୍ତ୍ର ଉନ୍ନୟନ କମିଟି ଅଧ୍ୟକ୍ଷ ଶ୍ରୀ ଭଗବାନ ମୁଦୁଲି, ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶ୍ରୀ ରାଧା ବିନୋଦ ସାମନ୍ତରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଭବାନୀ ଶଙ୍କର ମହାପାତ୍ର, ଉପ ନିର୍ଦ୍ଦେଶକ ଉଦ୍ୟାନ କୃଷି ଶ୍ରୀ ଅନ୍ତର୍ଯ୍ୟାମୀ ସାହୁ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳବିଭାଜିକା ଉନ୍ନୟନ ବିଭାଗ ଶ୍ରୀ ଅଶୋକ ସେନାପତି, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକଙ୍କ ସମେତ କୃଷି ଓ ଆନୁଷଙ୍ଗିକ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଜିଲ୍ଲାର ବିଭିନ୍ନ ବ୍ଲକରୁ ୧୦୦ ଜଣ ଚାଷୀ ମଧ୍ୟ ଏଥିରେ ଯୋଗଦେଇଥିଲେ।
ସିଏମ୍-କିଷାନ ଯୋଜନା ଅଧୀନରେ କୋରାପୁଟ ଜିଲ୍ଲାର ୧୪ଟି ବ୍ଲକର ମୋଟ ୮୮,୨୮୯ ଜଣ ଚାଷୀଙ୍କୁ ୧୭ କୋଟି ୮୮ ଲକ୍ଷ ୮୨ ହଜାର ୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଉଛି।
ଏଥିମଧ୍ୟରୁ ୮୭,୨୮୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୧୭ କୋଟି ୪୫ ଲକ୍ଷ ୬୨ ହଜାର ଟଙ୍କା ଏବଂ ୧,୦୦୮ ଜଣ ଭୂମିହୀନ କୃଷି ପରିବାରଙ୍କୁ ୪୩ ଲକ୍ଷ ୨୦ ହଜାର ୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଉଛି।
ଚାଷୀଙ୍କ ଆର୍ଥିକ ସଶକ୍ତିକରଣ ଓ କୃଷି କ୍ଷେତ୍ରର ବିକାଶ ଦିଗରେ ସିଏମ୍-କିଷାନ ଯୋଜନା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ପ୍ରକାଶ କରିଥିଲେ।, କୋରାପୁଟ ରୁ ଜିଲ୍ଲା ପ୍ରତିନିଧି ପ୍ରଶାନ୍ତ ଟାକ୍ରୀ ଭଞ୍ଜ ଦୂତ ଖବର
