ବାଳିକା ହାଇସ୍କୁଲ ଛାତ୍ରୀଙ୍କ ସଫଳତା
ବନ୍ତ /ଆଗରପଡ଼ା,(ନିପ୍ର) ଆଗରପଡ଼ା ସରକାରୀ ବାଳିକା ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ତମଶା ନାଥ ଯୋଗରେ ଓ ଅଷ୍ଟମ ଶ୍ରେଣୀ ଛାତ୍ରୀ ଚିମି ମୁର୍ମୁ ରାଜ୍ୟସ୍ତରୀୟ ଖେଳକୁଦ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି। ଜିଲ୍ଲାସ୍ତରରେ ଆୟୋଜିତ ଖେଳକୁଦ ପ୍ରତିଯୋଗୀତାରେ ତମସା ପ୍ରଥମ ସ୍ଥାନ ଓ ଚିମି ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ ।ଏହି ଅବସରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ପ୍ରଧାନଶିକ୍ଷକ ତଥା ବିଇଓ ଇନଚାର୍ଜ ଚିତ୍ତରଂଜନ ମହାନ୍ତି , ବରିଷ୍ଠ ଶିକ୍ଷକ ଅଜିତ ରାଉଳ, ଭୀମସେନ ପାଳ, କୈଳାସ ପଣ୍ଡା, ପ୍ରମୋଦିନୀ ସାହୁ, ସାଗରିକା ମହାନ୍ତି, ରଂଜିତା ଶିଅଳ,ବନଜିନୀ ନାୟକ,ଭାଗ୍ୟଶ୍ରୀ ପଣ୍ଡା, ସୁମିତ୍ରା ନାଇକ,ସାବିତ୍ରୀ ଦାଶ, ବିଦ୍ୟୁତଲତା ଦାସ ପ୍ରମୁଖ ଉପସ୍ଥିତ ରହି ଛାତ୍ରୀ ଦ୍ୱୟଙ୍କୁ ଶୁଭେଚ୍ଛା ଜଣାଇବା ସହ ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ ।
