ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’।
୨୦୬ ବିଦ୍ୟାଳୟର ୪୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀଙ୍କ ଯୋଗଦାନ।
ବନ୍ତ ( ନିପ୍ର ) ମାର୍କଣ୍ଡେ ଧଡ଼ା – : ବନ୍ତ ବ୍ଲକ ଗଣିଜାଙ୍ଗସ୍ଥିତ ନେହେରୁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ୨୦୬ଟି ବିଦ୍ୟାଳୟର ୪୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଯୋଗଦେଇ ସଙ୍ଗୀତ, ନୃତ୍ୟ, କୁଇଜ୍, ଚିତ୍ରାଙ୍କନ, ବକ୍ତୃତା ଆଦି ୩୦ଟି ପ୍ରତିଯୋଗିତାରେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ବ୍ଲକ ଶିକ୍ଷାଧିକାରୀ ଚିତ୍ତରଞ୍ଜନ ମହାନ୍ତିଙ୍କ ସଭାପତିତ୍ୱ ତଥା ଏବିଇଓ ନରେନ୍ଦ୍ର କୁମାର ବାରିକଙ୍କ ମଞ୍ଚ ପରିଚାଳନାରେ ଆୟୋଜିତ ସଭାରେ ସାଂସଦ ଅଭିମନ୍ୟୁ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଓଷ୍ଟା ସଭାପତି ଶଶୀ ଶେଖର କର ଶର୍ମା, ସରପଞ୍ଚ ରଶ୍ମିତା ସେଠୀ, ସମିତି ସଭ୍ୟ ମନୋରଞ୍ଜନ ସେଠୀ ଓ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅନ୍ତର୍ଯ୍ୟାମୀ ପାତ୍ର ଯୋଗଦେଇ ଶିଶୁଙ୍କ ପ୍ରତିଭା ବିକାଶ ଓ ଶିକ୍ଷାର ଗୁରୁତ୍ୱ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।ଏହି ଅବସରରେ ଶିକ୍ଷକ ଅଭୟ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସିଆରସିସି ପ୍ରଫୁଲ୍ଲ କୁମାର ଦାସ ସ୍ୱାଗତ ଭାଷଣ ଦେଇଥିଲେ। ଟିଲୋ ସିଆରସିସି ଅଶୋକ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ମହୋତ୍ସବରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନେ ୩୦ଟି ବିଭାଗରେ ଅଂଶଗ୍ରହଣ କରିଥିଲେ। ସେଥିମଧ୍ୟରୁ କୃତୀ ପ୍ରତିଯୋଗୀମାନଙ୍କୁ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ କରାଯାଇଥିଲା। ଏହି ଅବସରରେ କଳା ଶିକ୍ଷକ ସୁଶ୍ରୀ ନମିତା ବେହେରା ଓ ପଦ୍ମନାଭ ସେଠୀଙ୍କ ଦ୍ୱାରା ପ୍ରଭୁ ଜଗନ୍ନାଥଙ୍କ ଏକ ଆକର୍ଷଣୀୟ ବାଲୁକା ପ୍ରତିକୃତି ନିର୍ମାଣ କରାଯାଇଥିଲା। ଦ୍ୱିତୀୟ ଅଧିବେଶନରେ ବ୍ଲକ ଶିକ୍ଷାଧିକାରୀ ଚିତ୍ତରଞ୍ଜନ ମହାନ୍ତିଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଧାୟକ ସଂଜୀବ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ହରେକୃଷ୍ଣ ଆପଟ, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷାବିତ୍ ଅଲେଖ ଚନ୍ଦ୍ର ନାୟକ, ସରପଞ୍ଚ ରଶ୍ମିତା ସେଠୀ, ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ପ୍ରଫୁଲ୍ଲ କୁମାର ଦାସ, ବିଦ୍ୟାଳୟର ପ୍ରଧାନଶିକ୍ଷକ ଅନ୍ତର୍ଯ୍ୟାମୀ ପାତ୍ର ଓ ପ୍ରାକ୍ତନ ସରପଞ୍ଚ ରଞ୍ଜନ କୁମାର ସାହୁ ଯୋଗଦେଇଥିଲେ। ଏହି ଅଧିବେଶନରେ ୩୦ଟି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ବିଭିନ୍ନ ବିଦ୍ୟାଳୟର ୧ମ, ୨ୟ, ୩ ୟ ସ୍ଥାନ ଅଧିକାର କରିଥିବା ୯୦ ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ବିଧାୟକ ସଂଜୀବ କୁମାର ମଲ୍ଲିକ ସାର୍ଟିଫିକେଟ୍ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମର ସଫଳ ପରିଚାଳନାରେ ସିଆରସିସି ଉତ୍ତମ କୁମାର ଦାସ, ନିରଞ୍ଜନ ଖିଲାର, ପ୍ରଦୀପ କୁମାର ପଲେଇ, ଅକ୍ଷୟ କୁମାର ସାହୁ, ପ୍ରଫୁଲ୍ଲ କୁମାର ସାହୁ, ସନ୍ତୋଷ ମଲ୍ଲିକ, ଗିରିଜା ଶଙ୍କର ଲେଙ୍କା, ଶୁଭ୍ର ପ୍ରକାଶ ରାଉଳ, ଜଗନ୍ନାଥ ଖୁଣ୍ଟିଆ, ଗୌତମ କୁମାର ଭୂୟାଁ, ରାଜେନ୍ଦ୍ର ପାତ୍ର, ସୁଧାଂଶୁ ଶେଖର ଦାସ ଓ ପରମେଶ୍ୱର ପୃଷ୍ଟିଙ୍କ ସମେତ ସମସ୍ତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।
