
ପାରଳାଖେମଣ୍ଡି, (ଟିକି ଲିମା) : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ଗ୍ରାମପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବୁଦୁରା ଗ୍ରାମ ପଞ୍ଚାୟତ ସମେତ ଖାଣ୍ଡଭା ଓ ଗୋରିବନ୍ଧ ପଞ୍ଚାୟତର ସମୁଦାୟ ମୋଟ-୫୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୮ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୨୩ ଗୋଟି ଅଭିଯୋଗ ଆସିଥିଲା , ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡ଼ମ୍ବୁରୁଧର ମଲ୍ଲିକ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।