ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ।
ଗଜପତି (ଟିକି ଲିମା)
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତା, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟା ପ୍ରମୁଖ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି, କଥଲକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୭୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା -୧୭ ଗୋଟି ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
