ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ୩୫ଜଣ ମହିଳା ମାନଙ୍କୁ ମହମବତୀ ତିଆରି ମୌଳିକ ଜ୍ଞାନ କୌଶଳ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I
ଗଜପତି (ଟିକି ଲିମା)
ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ୩୫ଜଣ ମହିଳା ତାଲିମାର୍ଥୀ ମହମବତୀ ତିଆରି ମୌଳିକ ଜ୍ଞାନ କୌଶଳ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବ ତାରିଖ ୨୪.୧୧.୨୦୨୫ ଦିନ ଅନୁଷ୍ଠିତ ହୋଇଯାଇଛି I
ଏହି ୧୨ ଦିନିଆ ତାଲିମ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ମୋହନା ବ୍ଲକ ଅନ୍ତରବା ଗ୍ରାମ ପଂଚାୟତର ବିଭିନ୍ନ ଗ୍ରାମର ମହିଳା ମାନଙ୍କୁ ନେଇ ମହମବତୀ ତିଆରି ମୌଳିକ ଜ୍ଞାନ କୌଶଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା। ଏଥିରେ ମୋଟ ୩୫ ଜଣ ମହିଳା ଉପସ୍ଥିତ ଥିଲେ । ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀମାନ ତ୍ରିନାଥ ନାଗ, ସଭାପତିତ୍ୱ କରିଥିଲେ ଏବଂ ଅନୁଷ୍ଠାନର ପ୍ରାଧ୍ୟାପକ ତଥା ସଂଯୋଜକ ଶ୍ରୀମାନ ପ୍ରଦୀପ କୁମାର ଦାସ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ । ମହିଳା ତାଲିମ ପ୍ରତିଭାଗୀ ମାନଙ୍କୁ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ମନଯୋଗ ସହକାରେ ତାଲିମ ପ୍ରାପ୍ତ ହୋଇ ଭବିଷ୍ୟତରେ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ ଏବଂ ସମସ୍ତେ ଯେପରି ଭବିଷ୍ୟତରେ ନିଜେ ଜଣେ ସ୍ୱାବଲମ୍ବୀ ଭାବେ ରୋଜକାରୀକ୍ଷମ ଉଦ୍ୟୋଗୀ ହୋଇପାରିବେ । ଏହି ସଭାରେ ଅନୁଷ୍ଠାନର ମହମବତୀ ତିଆରି ମୌଳିକ ଜ୍ଞାନ କୌଶଳ କାର୍ଯ୍ୟକ୍ରମ ର ପ୍ରଶିକ୍ଷିକା ଶ୍ରୀମତୀ ଗୀତାଞ୍ଜଳୀ ନାୟକ ଉପସ୍ଥିତ ଥିଲେ |ବରିଷ୍ଠ ପ୍ରାଧ୍ୟାପକ ତଥା ପାଠ୍ୟ ସଂଯାଯୋକ ଶ୍ରୀମାନ ଦିଲ୍ଲୀପ କୁମାର ତନ୍ତି ଉପସ୍ଥିତ ରହି କାର୍ଯ୍ୟକୁ ସୁଚାର ରୂପେ ସମ୍ପାଦନା କରିଥିଲେ l
