*ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l*
ନୂଆପଡା( ମିଖାଏଲ ନନ୍ଦ)
ତା ୦୫/୦୧/୨୬
ନୂଆପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ,ବନଖଣ୍ଡ ଅଧିକାରୀ ଅଜିଜ ଖାନ, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର ଏ ମାଧବୀ ଲତା, ବନଖଣ୍ଡ ଅଧିକାରୀ ବନ୍ୟପ୍ରାଣୀ ସମିର ସାହୁ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଧନେଶ୍ଵର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ 59ଗୋଟି ବ୍ୟକ୍ତିଗତ , 12 ଟି ଗୋଷ୍ଠୀଗତ ଓ ଗୋଟିଏ ରେଡକ୍ରସ୍ ସହାୟତା ଏଭଳି ମୋଟ 72 ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଡେପୁଟୀ କଲେକ୍ଟର ଶେଖ୍ ନସିମ , ଚିନ୍ମୟ ସାଗର , ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ପ୍ରକାଶ ସାହୁ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ଆୟୋଜିତ ଏକ ରକ୍ତଦାନ ଶିବିରର ରକ୍ତଦାତା ମାନଙ୍କୁ ଜିଲ୍ଲାପାଳ ମାନପତ୍ର ଦେଇ ସମ୍ବର୍ଦ୍ଧିତ ଏବଂ ଉତ୍ସାହିତ କରିଥିଲେ । ସେହିପରି ଡୁମେରପାଣି ଗ୍ରାମ ପଂଚାୟତରେ ପ୍ରାଣୀ ପାଇଁ ଦିନଟିଏ ଏବଂ ନନ୍ଦପୁର ଖେଳ ପଡିଆ ଠାରେ ଏକ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଆଦି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
