*ନୂଆପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବାଲ୍ୟ ବିବାହ ମୁକ୍ତ ଭାରତ ସମ୍ବନ୍ଧିତ ସାଇକଲ ଯାତ୍ରା ଅନୁଷ୍ଠିତ*
ନୂଆପଡା(ମିଖାଏଲ ନନ୍ଦ)
ତା:୨୬.୦୧.
ନୂଆପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ବାଲ୍ୟବିବାହମୁକ୍ତ ଭାରତ ସମ୍ବନ୍ଧିତ ସାଇକଲ ଯାତ୍ରା ନୂଆପଡ଼ା ସହର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ସାଇକଲ ଯାତ୍ରାକୁ ଜିଲ୍ଲା ଓ ଦୌରାଜଜ୍ ତଥା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ନିରଞ୍ଜନ ପଣ୍ଡା ଓ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍, ନୂଆପଡ଼ା ଶ୍ରୀ ସୁନୀଲ କୁମାର ଦାସ ସବୁଜ ପତାକା ଦେଖାଇ ଉଦ୍ଘାଟନ କଲେ ଏବଂ ସମସ୍ତ ପ୍ରତିଭାଗୀମାନଙ୍କୁ ଭାରତକୁ ବାଲ୍ୟବିବାହମୁକ୍ତ କରିବାକୁ ଆହ୍ବାନ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ପ୍ରଜ୍ଞା ପାରମିତା ମହାପାତ୍ର, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ନବନୀତା ଦାଶ, ବରିଷ୍ଠ ଦେୱାନୀ ଜଜ୍ ସୂର୍ଯ୍ୟକାନ୍ତ ଆଚାର୍ଯ୍ଯ, ମହିଳା କୋର୍ଟ ଜଜ୍ ସରୋଜିନୀ ସାହୁ, ରେଜିଷ୍ଟ୍ରାର୍ ସୌଭାଗ୍ଯ ରଞ୍ଜନ ପ୍ରଧାନ, ଏସ୍.ଡି.ଜେ.ଏମ୍ ସ୍ନାତକୀ ଦାଶ, ପ୍ରାଧିକରଣର ମୂଖ୍ଯ ଆଇନ ସେବା ପ୍ରତିପକ୍ଷ ଓକିଲ ପ୍ରକାଶ ସେନାପତି, ସହକାରୀ ଆଇନ ସେବା ପ୍ରତିପକ୍ଷ ଓକିଲ କାର୍ତ୍ତିକ ରାମ ବାଗ, ଆଇନ ସେବା ପ୍ରାଧିକରଣର ଅଧିକାର ମିତ୍ରଗଣ ଓ ଛାତ୍ରଛାତ୍ରୀଗଣ ଅଂଶଗ୍ରହଣ କରିଥିଲେ ।
