*ନୂଆପଡ଼ା ଜିଲ୍ଲା ବୋଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ, ୬୩ ଗୋଟି ଅଭିଯୋଗ ଶୁଣାଣି*
ନୂଆପଡା(ମିଖାଏଲ ନନ୍ଦ)
ତା:୨୭.୦୧.
ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ବୋଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶ ଓ ପୋଲିସ ଆରକ୍ଷୀ ଅଧିକ୍ଷକ ଅମୃତ ପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିର ରେ , ୬୩ ଗୋଟି ଅଭିଯୋଗ ଶୁଣାଣି କରିଥିବା ବେଳେ ୪୮ ଗୋଟି ବ୍ୟକ୍ତି ଗତ ଏବଂ ୧୫ ଗୋଟି ଗୋଷ୍ଠିଗତ ଅଭିଯୋଗ ଆସିଥିଲା। ସମସ୍ତ ଅଭିଯୋଗ ର ଶୁଣାଣି କରି ଆବଶ୍ୟକ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଏହି ଶିବିର ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧାରୁଆ, ଉପ ଜିଲ୍ଲାପାଳ ସୂର୍ମୀ ସୋରେନ, ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିବା ବେଳେ ବୋଡ଼େନ ବ୍ଲକ୍ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।
