ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସଚେତନତା ପଦଯାତ୍ରା
ବରଗଡ଼: ୦୮/୦୩/(ନି, ପ୍ର )କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନର ତୃତୀୟ ଦିନରେ ଆଜି “ଶକ୍ତିର ଗତି, ରାଷ୍ଟ୍ରର ପ୍ରଗତି” ଶୀର୍ଷକ ସମ୍ବଳିତ ସଚେତନତା ପଦଯାତ୍ରା ବରଗଡ଼ରେ ଅନୁଷ୍ଠିତ ହୋଇଯାଇଛି। ଏଇ ପଦଯାତ୍ରା ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମ ଠାରୁ ବାହାରି ସହରବାସୀଙ୍କୁ ମହିଳାଙ୍କ ଆତ୍ମସୁରକ୍ଷା, ଆତ୍ମସମ୍ମାନ ଓ ଆତ୍ମସ୍ୱାଭିମାନ ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲା । ଜିଲ୍ଲା କ୍ରୀଡା ଅଧିକାରୀ ଅଜା କୁମାର ପଟ୍ଟନାୟକଙ୍କ ପ୍ରଚେଷ୍ଟାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ସନ୍ଧ୍ୟାରାଣୀ ନେପାକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଶୋଭାଯାତ୍ରା ଶୁଭାରମ୍ଭ କରିଥିଲେ।
