ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର
ହରଭଙ୍ଗା:- ହରଭଙ୍ଗା ବ୍ଲକ ଅନ୍ତର୍ଗତ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଜଣାଶୁଣାଣି ଶିବିରରେ ମୋଟ ୧୮ଟି ଅଭିଯୋଗ ଆସିଥିବା ବେଳେ ୦୩ଟି ସାମୁହିକ ଅଭିଯୋଗ ଏବଂ ୧୫ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା l ୦୪ଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା l ଜିଲ୍ଲାପାଳଙ୍କ ଦ୍ୱାରା ୨ ଜଣ ହିତାଧିକାରୀଙ୍କୁ ରେଡ଼କ୍ରସ ପାଣ୍ଠିରୁ ୨୦,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା l ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗଗୁଡିକର ଶୁଣାଣି କରିଥିଲେ l ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ ଉପସ୍ଥିତ ରହି ଆସିଥିବା ଅଭିଯୋଗ ଗୁଡିକର ସମାଧାନ କରିଥିଲେ l ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ସେଠୀ ଶିବିର ପରିଚାଳନା କରିଥିଲେ l ଉକ୍ତ ଜନଶୁଣାଣୀ ଶିବିରରେ ସମସ୍ତ ବ୍ଲକସ୍ତରୀୟ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ l
