ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ୪୨ ତମ ବାର୍ଷିକ ଉତ୍ସବ
(ଧର୍ମାନନ୍ଦ ସେଠି ଙ୍କ ଖବର )
କାମାକ୍ଷାନଗର, କାମାକ୍ଷାନଗର ସହରର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ୪୨ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯକ୍ରମ ରେ ବାଲାଜୀ ଇଞ୍ଜିକନ ର ପରିଚାଳନା ନିର୍ଦେଶକ ସୁଶୀଲ କୁମାର ଆଗ୍ରୱାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିକ୍ଷା କ୍ଷେତ୍ରରେb ବିଦ୍ୟାର୍ଥୀମାନେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ l ମଠକାରଗୋଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ତ ରଞ୍ଜନ ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ସାଂପ୍ରତୀକ ପରିସ୍ଥିତିରେ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଓକିଲସଙ୍ଘ ର ସଭାପତି ରଞ୍ଜନ କୁମାର ରାଉତ, ମିହିରପ୍ରସାଦ ମହାପାତ୍ର ଉପସ୍ଥିତ ଥିଲେ l ପରିଚାଳନା କମିଟିର ସଭାପତି ଧର୍ମାନନ୍ଦ ମଲ୍ଲିକ ଅଧ୍ୟକ୍ଷତା କରିଥିବା ବେଳେ ସଂପାଦକ ଶେଷରଞ୍ଜନ ଦାସ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷା ସୁବାସିନୀ ମିଶ୍ର ଧନ୍ୟବାଦ ଦେଇଥିଲେ l ଏଇ ଅବସରରେ ବିଭିର୍ନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା କୃତୀ ପ୍ରତିଯୋଗୀ ମାନଙ୍କୁ ମୁଝ୍ୟାତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l
