ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାୟଗଡ (ରମେଶ ଅଗ୍ରୱାଲ.:ନିପ୍ର)ତା: ୦୬.୦୪.୨୦୨୬- ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ , ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଗୋସେନ ବାର୍ଲା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ତଥା ସମନ୍ବିତ ଆଦିବାସୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୬୮ ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୫୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୫ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା। ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
