କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ
ଭବାନୀପାଟଣା :(କିଶନ ଶର୍ମା)-ତା. ୦୬.୦୪.୨୦୨୬ – କଳାହାଣ୍ଡି ଜିଲ୍ଲାସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ୧୧୫ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୮୧ ଗୋଟି ଓ ସାମୂହିକ ୨୪ ଗୋଟି ରହିଥିବା ବେଳେ ୨୨ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଜଣେ ଦିବ୍ୟାଙ୍ଗ ଙ୍କୁ ସ୍ୱୟଂ ଚାଳିତ କୃତ୍ରିମ ହାତ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ, ବିଦ୍ୟୁତ, ଶ୍ରମ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ. ହରେକୃଷ୍ଣ ଶତପଥି, ଅତିରିକ୍ତ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ପୂର୍ତ୍ତ ଶିବାଜୀ ପ୍ରଧାନ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରମୋଦ କୁମାର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଅବକାରୀ ଅଧିକ୍ଷକ ରଜନ କୁମାର ନାଏକ, ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ତଥା ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ପ୍ରକଳ୍ପ ପ୍ରଭାକର ନାଏକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜୀବୁନ ନିଶା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କାହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର, ସ୍ଥାନୀୟ ବ୍ଲକ ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ ଓ ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗ, ନିର୍ବାହୀ ଅଧିକାରୀ ପୌରପାଳିକା ପ୍ରମୋଦ ପାଢୀ ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
