
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ପାରଳାଖେମୁଣ୍ଡି:-(ନିପ୍ର)ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ପି.ଅନ୍ତରଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ମୁଖ୍ୟତଃ ବ୍ଲକର ପି.ଅନ୍ତରଡ଼ା, କେରେଡାଙ୍ଗ, ନୂଆଗଡ଼ ଓ ଲୁହାଙ୍ଗର ପଞ୍ଚାୟତ ସମେତ ବିଭିନ୍ନ ପଞ୍ଚାୟତରୁ ନେଟୱର୍କ, ପାନୀୟ ଜଳ, ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ସମୁଦାୟ ମୋଟ ୪୬ ଗୋଟି ସମସ୍ୟାର ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ୧୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ଥିବାବେଳେ ୩୩ ଗୋଟି ଗ୍ରାମ ଭିତ୍ତିକ ସମସ୍ୟାର ଅଭିଯୋଗ ଆସିଥିଲା ଓ ସେଥିମଧ୍ୟରୁ ୪ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରିଥିଲେ ଜିଲ୍ଲା ପ୍ରଶାସନ। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ। ଏଥିସହ ୧୧ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା, ୧୦ ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା, ୨ଜଣ ଭିନ୍ନକ୍ଷମଙ୍କୁ ୱିଲଚର ବଣ୍ଟନ କରିଥିଲେ। ଏଭିଯୋଗ ଶୁଣାଣିରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚର୍ଜୀ, ସମସ୍ତ ବିଭାଗର ଜିଲ୍ଲା ସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀଗଣ ଏବଂ ଜନପ୍ରତିନିଧି ଉପସ୍ଥିତ ଥିଲେ। ଗଜପତିରୁ ଉପ୍ରିୟମ ନାଇକା ଏବଂ ଟିକି ଲିମ୍ମା ଙ୍କ ରିପୋର୍ଟ ଭଞ୍ଜ ଦୂତ ଖବର।