ଆରକ୍ଷୀ ଅଧିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଦେବଗଡ଼:
ଦେବଗଡ଼ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଶ୍ରୀ ଅନିଲ କୁମାର ମିଶ୍ର ଗୁରୁବାର ଦିନ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସ୍ରେ ଏକ ଭାବବିହ୍ୱଳ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା।
ଜିଲ୍ଲାପାଳ ଶ୍ରୀ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ଅବସରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅନିଲ କୁମାର ମିଶ୍ର, ଭାରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ଧୀରଜ୍ ଚପରଦାର, ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ, ବନଖଣ୍ଡ ଅଧିକାରୀ ମିସ୍ ରଶ୍ମି ଜି ଓ ଉପଜିଲ୍ଲାପାଳ ପରୀକ୍ଷିତ ସାହୁ ପ୍ରମୁଖ ଯୋଗଦେଇଥିଲେ। ଅତିଥିମାନେ ଶ୍ରୀ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରିଥିଲେ।
ବକ୍ତାମାନେ ଶ୍ରୀ ମିଶ୍ରଙ୍କୁ ଜଣେ ମେଳାପୀ, ମିଷ୍ଟଭାଷୀ, ପରଉପକାରୀ ଏବଂ କର୍ତ୍ତବ୍ୟନିଷ୍ଠ ପ୍ରଶାସନିକ ଅଧିକାରୀ ଭାବେ ବର୍ଣ୍ଣନା କରିଥିଲେ। ସେ ସବୁବେଳେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଇଆସୁଥିବାରୁ ଜିଲ୍ଲାବାସୀଙ୍କ ମନରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିଲେ।
ଏହି ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦିଲୀପ କୁମାର ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ, ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁର, ଜିଲ୍ଲା କୋଷାଗାର ଅଧିକାରୀ ସୁରେଶ ଚନ୍ଦ୍ର ମାଝୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀ, ଆଞ୍ଚଳିକ ପରିବହନ ଅଧିକାରୀ କେଶବ ଚନ୍ଦ୍ର ନାୟକ, ପ୍ରକଳ୍ପ ପ୍ରଶାସିକା ସନ୍ଧ୍ୟା ମାଝି, ଜିଲ୍ଲା ଶ୍ରମ ଅଧିକାରୀ ପଦ୍ମାବତୀ ମାରାଣ୍ଡି, ଅବକାରୀ ଆରକ୍ଷୀ ଅଧିକ୍ଷକ ବାସନ୍ତୀ ପ୍ରଭା ନାୟକ, ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ଚନ୍ଦ୍ର ମହାରଣା, ଭାରପ୍ରାପ୍ତ ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଭାତ କୁମାର ଓଝା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ପାତ୍ର, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଶୋକ ଇନ୍ଦୁଆର, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ, ସହକାରୀ ନିର୍ଦ୍ଦେଶକ ଉଦ୍ୟାନ କୃଷି ଅନ୍ତର୍ଯ୍ୟାମୀ ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂ ସହ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ସୁଚାରୁ ଭାବେ ସଂଯୋଜନା
