ଦେବଗଡ଼ ଜିଲ୍ଲା ଉନ୍ନୟନ ସମନ୍ୱୟ ବୈଠକ ଅନୁଷ୍ଠିତ
ଦେବଗଡ଼:
ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଉନ୍ନୟନ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ଓ ବିଭିନ୍ନ ବ୍ଲକରେ ଚାଲୁଥିବା ପ୍ରକଳ୍ପଗୁଡ଼ିକର ଉନ୍ନତିକରଣ ସହ ପର୍ଯ୍ୟଟନ, ସ୍ୱାସ୍ଥ୍ୟସେବା, କ୍ରୀଡ଼ା ଓ ଅନ୍ୟାନ୍ୟ ମୌଳିକ ଢାଞ୍ଚାଗତ ବିକାଶ ସମ୍ପର୍କିତ ବିଭିନ୍ନ ସମସ୍ୟା ଉପରେ ସବିଶେଷ ଆଲୋଚନା କରାଯାଇଥିଲା।
ଜିଲ୍ଲାପାଳ ଶ୍ରୀ ସାହୁ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟଗତିକୁ ତ୍ୱରାନ୍ୱିତ କରିବା ସହ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଅବଶିଷ୍ଟ ସମସ୍ୟାଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ମିଞ୍ଜ, ଉପଜିଲ୍ଲାପାଳ ପରୀକ୍ଷିତ ସାହୁ, ଡେପୁଟି କଲେକ୍ଟର ଲକ୍ଷ୍ମଣ ଅମାତ, ସୌମ୍ୟା ସୁଚିସ୍ମିତା ଓ କଳିଙ୍ଗ ଆଶିଷ ଶତପଥୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ, ପ୍ରକଳ୍ପ ପ୍ରଶାସିକା ସନ୍ଧ୍ୟା ମାଝି, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ, ବାରକୋଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟକାନ୍ତ ବରିହା, ତିଲେଇବଣି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟଦର୍ଶିନୀ ମିର୍ଦ୍ଧାଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
