
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଗଜପତି ( ଟିକି ଲିମା)
ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ କଇଁପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଆଜି ସକାଳ ନଅଟା ଠାରୁ ଗୋଟିଏ ପର୍ଯ୍ୟନ୍ତ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟା ଓ ଉପ ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କଇଁପୁର ଗ୍ରାମ ପଞ୍ଚାୟତ ସମେତ ଲକ୍ଷ୍ମୀପୁର, ଜୀରାଙ୍ଗ ଓ ଏସ.କରଡ଼ାସିଂ ପଞ୍ଚାୟତର ସମୁଦାୟ ମୋଟ- ୫୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୬ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୧୬ ଗୋଟି ଅଭିଯୋଗ ଆସିଥିଲା , ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।