ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଦେବଗଡ଼, : ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲାସ୍ତରରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବିକାଶ ଭବନ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ରାଜ୍ୟ ସରକାରଙ୍କ ଗତ ଦୁଇ ବର୍ଷ ମଧ୍ୟରେ ଗ୍ରହଣ କରାଯାଇଥିବା ଜନହିତକର ପଦକ୍ଷେପ, ବିଭିନ୍ନ ଉନ୍ନୟନମୂଳକ ଯୋଜନା ଏବଂ ସେଗୁଡ଼ିକର ସଫଳ କାର୍ଯ୍ୟାନ୍ବୟନ ସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ କରାଇବା ସହ କଲ୍ୟାଣକାରୀ ଯୋଜନାଗୁଡ଼ିକ ବିଷୟରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ଉପରେ ଆଲୋଚନା ହୋଇଥିଲା।
ଆସନ୍ତା ଜୁନ ୧୨ ରୁ ୨୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ସ୍ତରରେ ବିଭିନ୍ନ ସଚେତନତାମୂଳକ ଓ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି ଅବସରରେ ସାଧାରଣ ସଭା, ଗୋଷ୍ଠୀଗତ ଆଲୋଚନାଚକ୍ର, ଜିଲ୍ଲାସ୍ତରୀୟ ପ୍ରଦର୍ଶନୀ ଓ ‘ବିକାଶ ମେଳା’ର ଆୟୋଜନ କରାଯିବାକୁ ସ୍ଥିର କରାଯାଇଛି। ସେହିପରି ବ୍ଲକ ସ୍ତରରେ ମଧ୍ୟ ବିଭିନ୍ନ ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କ ସଫଳତା ଓ ଯୋଜନାଗୁଡ଼ିକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଯାଇଛି।
ଏହି ବୈଠକରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପଜିଲ୍ଲାପାଳ ପରୀକ୍ଷିତ ସାହୁ, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ କୁମାର ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀ, ସହକାରୀ ନିର୍ଦ୍ଦେଶକ ଉଦ୍ୟାନ କୃଷି ଅନ୍ତର୍ଯ୍ୟାମୀ ସାହୁ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଶୋକ ଇନ୍ଦୁଆର, ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ବିଜୟ କୁମାର ପାତ୍ର, ରିଆମାଳ ବିଡିଓ ଆଦିତ୍ୟ କୁମାର ପଣ୍ଡା, ତିଲେଇବଣି ବିଡିଓ ପ୍ରିୟଦର୍ଶିନୀ ମିର୍ଦ୍ଧା, ବାରକୋଟ ବିଡିଓ ସୂର୍ଯ୍ୟକାନ୍ତ ବରିହା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ କାର୍ଯ୍ୟକ୍ରମଗୁଡ଼ିକର ସୁଚାରୁ ଓ ସଫଳ ଆୟୋଜନ ନିମନ୍ତେ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ପରାମର୍ଶ
