ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ
ଦେବଗଡ଼, ତିଳେଇବଣି: ଦେବଗଡ଼ ଜିଲ୍ଲାର କଲଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦ୍ୱିତୀୟ ପର୍ଯ୍ୟାୟ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଗମ୍ଭୀର ଓ ଉତ୍ସାହପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ, ତିଳେଇବଣି ପଞ୍ଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ, ଦେବଗଡ଼ ପୌର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରତିଜ କୁମାର ଭୋଜ, ସମ୍ବଲପୁର ସାଂସଦ ପ୍ରତିନିଧି ଯୋଗେଶ କୁମାର ପ୍ରଧାନ, ତିଳେଇବଣି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟଦର୍ଶିନୀ ମିର୍ଦ୍ଧା ଓ ତିଳେଇବଣି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।
ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାସୀ ମାଧ୍ୟମରେ ଯୋଗଦେଇ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଅତିଥିମାନେ ନିଜ ବକ୍ତବ୍ୟରେ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଏହି ଯୁଗାନ୍ତକାରୀ ପଦକ୍ଷେପ ଶିକ୍ଷାର ଗୁଣାତ୍ମକ ଉନ୍ନତି ସହିତ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ବିକାଶରେ ସହାୟକ ହେବ।
କାର୍ଯ୍ୟକ୍ରମର ପ୍ରାରମ୍ଭରେ ତିଳେଇବଣି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ରୂପରେଖ ସମ୍ପର୍କରେ ଆଲୋକପାତ କରିଥିଲେ। ସୁଗୁଡା ସି.ଆର୍.ସି.ସି. ପ୍ରାଣବନ୍ଧୁ ଘଡେଇ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।
କାର୍ଯ୍ୟକ୍ରମ ପରିଚାଳନାରେ ଲକ୍ଷ୍ମୀକାନ୍ତ ରାଉତରାୟ, ମଞ୍ଜିତା ବେହେରା, ପ୍ରଦୀପ ପ୍ରଧାନ, ଝିଲି ପାତ୍ର, ରଞ୍ଜନ କୁମାର ପ୍ରଧାନ, ଅଲେଖ କୁମାର ନାଏକ, ଅବନୀକାନ୍ତ ଜାଲ, ଲିଙ୍ଗରାଜ ଭୋଇ, ମୁନୀନ୍ଦ୍ର ଗଡ଼ନାୟକ ଏବଂ ଗଙ୍ଗାନଣ ସି.ଆର୍.ସି.ସି. କ୍ଷିତିଷ କୁମାର ପ୍ରଧାନଙ୍କ ସମେତ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।
ଏହାସହ ବିଦ୍ୟାଳୟର ନମିତା ସାହୁ, ଦିନେଶ ପାଢ଼ୀ, ବିରଞ୍ଚି ପ୍ରଧାନ, ସୁମିତ୍ରା ଶତପଥୀ ଓ ସୁମତି ହେମ୍ବ୍ରମ ପ୍ରମୁଖ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।
କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା ସମିତିର ସଦସ୍ୟସଦସ୍ୟା, ପଞ୍ଚାୟତରାଜ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଏବଂ ସ୍ଥାନୀୟ ଗ୍ରାମବାସୀ ଉପସ୍ଥିତ ରହି ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ
