


ପାରଳାଖେମୁଣ୍ଡି ପୋଲିସ୍ ସିଙ୍ଗିପୁର ଗ୍ରାମରେ ଚଢ଼ାଉକରି ୧୦୦ ଲିଟର ମୋଦ ଓ ୬୦୦ ଲିଟର ମହୁଲ ପଚ କୁ ନଷ୍ଟ।
ଗଜପତି (ଟିକି ଲିମା)
ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଆଜି ଭୋର ପ୍ରାୟ ୫ଟା ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ରେଳ ଲାଇନ ନିକଟରେ ଓ ବିଭିନ୍ନ ଘରର ପଛପଟେ ଚାଲିଥିବା ବେଆଇନ ଦେଶୀ ମଦ ପ୍ରସ୍ତୁତି କେନ୍ଦ୍ରଗୁଡ଼ିକୁ ଠାବ କରିଥିଲା। ପୋଲିସକୁ ଦେଖି ଏଥିରେ ସମ୍ପୃକ୍ତ ବ୍ୟକ୍ତିମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଚଢ଼ାଉ ସମୟରେ ପ୍ରାୟ ୧୦୦ ଲିଟର ବେଆଇନ ଦେଶୀ ରନ୍ଧା ମଦ, ଏହାର ପ୍ରସ୍ତୁତିରେ ବ୍ୟବହୃତ କଣ୍ଡେନସର ପାଇପ, ଫନେଲ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଥିଲା । ଏହାସହ ପ୍ରାୟ ୬୦୦ ଲିଟର ମହୁଲ ପଚା ରସକୁ ଘଟଣାସ୍ଥଳରେ ନଷ୍ଟ କରାଯାଇଥିଲା। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ଅତ୍ୟନ୍ତ ଅପରିଷ୍କାର ପରିବେଶରେ ଦୂଷିତ ପାଣି ଓ ଅନ୍ୟାନ୍ୟ କ୍ଷତିକାରକ ପଦାର୍ଥ ମିଶାଇ ଏହି ମଦ ପ୍ରସ୍ତୁତ କରାଯାଉଥିଲା, ଯାହା ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟ ପାଇଁ ଗୁରୁତର ବିପଦ ସୃଷ୍ଟି କରୁଅଛି । ତଦନ୍ତରୁ ଜଣାପଡ଼ିଛି ଯେ ଗ୍ରାମର କେତେକ ବ୍ୟକ୍ତି ସଙ୍ଗଠିତ ଭାବରେ ଏହି ବେଆଇନ ଦେଶୀ ମଦ ପ୍ରସ୍ତୁତ କରି ପାରଳାଖେମୁଣ୍ଡି ସହର ଓ ଆଖପାଖ ଗ୍ରାମାଞ୍ଚଳକୁ ବହୁବର୍ଷ ହେବ ଯୋଗାଣ କରୁଥିଲେ । ଏହି ଘଟଣାରେ ପାରଳାଖେମୁଣ୍ଡି ଥାନା କେସ ନଂ. ୨୬୦/୨୦୨୬ ରୁଜୁ କରାଯାଇଛି। ଘଟଣାର ତଦନ୍ତ ଜାରି ରହିଛି ଏବଂ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ।
