ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ରେ ଜନ ଶୁଣାଣି।
ରଘୁନାଥପୁର( ନି.ପ୍ର): ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଏହି ଜନ ଶୁଣାଣି ରେ ଆରକ୍ଷୀ ଅଧୀକ୍ଷକ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅକ୍ଷୟ ପିଲ୍ଲେ , ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ମଣ୍ଡଳ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ବେହେରା ଓ ତହସିଲଦାର ରାଜଲକ୍ଷ୍ମୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଶୁଣାଣି ଶିବିରରେ ମୋଟ ୧୬୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା ବେଳେ ସେଥିମଧ୍ୟରୁ ବହୁ ଥିଲା ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ତ୍ରୁଟି କୁ ନେଇ ଅଭିଯୋଗ , ତା ସାଙ୍ଗକୁ ରାସନକାର୍ଡ, ଭତ୍ତା ଓ ଜମି ଜମା ସମ୍ପର୍କିତ ସମସ୍ୟା ସବୁ ନେଇ ବହୁ ସଂଖ୍ୟାରେ ଲୋକ ମାନଙ୍କ ଗହଳି ସବୁ ଦେଖିବାକୁ ମିଳିଥିଲା। ୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ଶୁଣାଣୀ ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
