ଟ୍ରାକ୍ଟର ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ, ଚାଳକ ଫେରାର।
ବସ୍ତା:-୧୪/୦୭ (ନି.ପ୍ର) ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦରଡ଼ା ସ୍ଥିତ ମମତା ହୋଟେଲ ପାଖ ଠିପି ଖୋଲା ବିଦେଶୀ ମଦ ଦୋକାନ ନିକଟରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଏକ ଟ୍ରାକ୍ଟର ବିଲକୁ ହଳ କରିବା ପାଇଁ ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଘଟଣା ପରେ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
