ବସ୍ତା ଜଳକା ନଦୀରେ ପ୍ରଥମ ବନ୍ୟା ଜଳ ପ୍ରବେଶ।
ବସ୍ତା:ସେଖ ଆଜାରୁଦ୍ଦିନ(ନି.ପ୍ର)
ବାଲେଶ୍ଵର ଜିଲ୍ଲା ବସ୍ତା ଅଞ୍ଚଳ ଦେଇ ପ୍ରବାହିତ ଜଳକା ନଦୀରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ପ୍ରବେଶ କରିଛି। ଉପରମୁଣ୍ଡରେ ଲଗାତାର ବର୍ଷା ହେତୁ ନଦୀର ଜଳସ୍ତର ବୃଦ୍ଧି ପାଇଥିବାରୁ ନଦୀକୂଳବର୍ତ୍ତୀ ଅଞ୍ଚଳରେ ସତର୍କତା ଜାରି କରାଯାଇଛି। ସ୍ଥାନୀୟ ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିଥିବା ବେଳେ ନଦୀକୂଳବାସୀଙ୍କୁ ସତର୍କ ରହିବା ସହ ଅନାବଶ୍ୟକ ଭାବେ ନଦୀ ନିକଟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଜଳସ୍ତର ଆହୁରି ବଢ଼ିଲେ ତଳିଆ ଅଞ୍ଚଳ ପ୍ରଭାବିତ ହେବାର ଆଶଙ୍କା ରହିଛି।
