ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର,
ବେଲଗୁଣ୍ଠା, ୧୮/୦୭-(ଶିବରାମ ଚୌଧୁରୀ )-କ୍ଷେତ୍ରୀୟ ବରପୁର ସ୍ଥିତ ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଗିରିଧର ନାୟକଙ୍କ ପୌରୋହିତରେ ସମାପିତ ହୋଇଯାଇଛି। ବେଲଗୁଣ୍ଠା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଙ୍ଗାପୁରମ ହରି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀମାନଙ୍କୁ ଏହି ଆତ୍ମସୁରକ୍ଷା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଏବଂ ତାଲିମ ନେଇ ନିଜକୁ ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଥିଲେ। ଏହି ତାଲିମ କାର୍ଯ୍ୟକ୍ରମରେ ଶକ୍ତିଶ୍ରୀର ସହସଂଯୋଜିକା ଅନିତା ତ୍ରିପାଠୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରଶିକ୍ଷିକା ଭାବେ ବନିତା ସାହୁ ଏବଂ ସୋନାଲୀ ଗୌଡା ଯୋଗଦେଇଥିଲେ। ଶେଷରେ ଶକ୍ତିଶ୍ରୀ ସଂଯୋଜିକା ଧରିତ୍ରୀ ରାଣୀ ବିଶୋଇ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।
