ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ।
(ନିପ୍ର ଗୋକୁଳାନନ୍ଦ ବେହେରା)ଢେ଼ଙ୍କାନାଳ କାମାକ୍ଷାନଗର : ତୁମୁସିଂହା ଥାନା ଜକା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ସେହି ଗ୍ରାମର ଗୌରାଙ୍ଗ ଦେହୁରୀ (୪୫) ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ,ଗୌରାଙ୍ଗ ଆଜି ଘରୁ ବାହାରି ନିଜ ବିଲକୁ କାମ କରିବା ପାଇଁ ଯାଇଥିଲେ। ବିଲରୁ ଫେରିବା ବେଳେ ସେ ଗ୍ରାମରେ ଥିବା ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ସମୟରେ ଅସାବଧାନତାବଶତଃ ଗୋଡ଼ ଖସିଯାଇଥିଲା। ଫଳରେ ସେ ପୋଖରୀ ଗଭୀର ପାଣି ଭିତରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ତୁରନ୍ତ ତାଙ୍କୁ ଉଦ୍ଧାର କରି କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
