ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର
(ରମେଶ ଅଗ୍ରୱାଲ.:ନିପ୍ର)
ରାୟଗଡ଼, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ଦାମୋଦର ରଥ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୨୭.୦୭.୨୦୨୬ ରିଖ ସୋମବାର ଅପରାହ୍ନ ଘ.୩.୦୦ ମି ରେ ସ୍ଥାନୀୟ ପ୍ରସାଦ ଟେକ୍ନୋ ସ୍କୁଲ, ରାୟଗଡା ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ରାୟଗଡା ତରଫରୁ “J.J.(CPC) Act & Right to Compulsory Act” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ପ୍ରସାଦ ଟେକ୍ନୋ ସ୍କୁଲ ର ଏକାଡେମିସିଆନ ଶ୍ରୀ ଅଶୋକ କୁମାର ମିଶ୍ର, ଜିଲ୍ଲା ଆଇନ ସେବା ପ୍ରାଧିକରଣ ପାନେଲ ଓକିଲ ଶ୍ରୀ ରିତେସ୍ କୁମାର ସାବତ, ପ୍ରଣ୍ଟ ଅଫିସ ରିଟେନର ତଥା ରିମାଣ୍ଡ ଆଡଭୋକେଟ ଶ୍ରୀ ସୁକାନ୍ତ ଦାସ, ପ୍ରସାଦ ଟେକ୍ନୋ ସ୍କୁଲ, ରାୟଗଡା ର ଅଧ୍ୟକ୍ଷ ଙ୍କ ସମେତ ସ୍କୁଲ ର ଶିକ୍ଷକ, ଛାତ୍ର ଛାତ୍ରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ I ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ J.J.(CPC) Act ଓ Right to Compulsory Education Act ର ଉଦ୍ଦେଶ୍ୟ, ଆଭିମୁଖ୍ୟ, ନ୍ୟାୟିକ ବ୍ୟବସ୍ଥା ଓ ସେମାନଙ୍କ ପାଇ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ I ପରିଶେଷରେ ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଏହି ଆଇନ ଉପରେ ଥିବା ସୁପ୍ରିମକୋଟ ର ଥିବା ବିଭିନ୍ନ ଜଜମେଣ୍ଟ ଉପରେ ଅଶଗ୍ରହଣକାରୀମାନଙ୍କୁ ଧାରଣା ଦେଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ପ୍ରସାଦ ଟେକ୍ନୋ ସ୍କୁଲ ର ଛାତ୍ର ଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I
