ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର
ବରଗଡ :୦୩.୦୮.(ନି ପ୍ର ) ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ପ୍ରଶାନ୍ତ କୁମାର ଦାଶ, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ ଏବଂ ପଦ୍ମପୁର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ତବ ଶବର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୪୫ ଗୋଟି ଅଭିଯୋଗ ମଧ୍ୟରୁ ୨୯ ଗୋଟି ବ୍ୟକ୍ତିଗତ ଏବଂ ୧୬ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
