
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
==================
ଗଜପତି (ଟିକି ଲିମା)
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନଗା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିରଞ୍ଚି ବାଗ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ- ୧୫୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩୪ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୬ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ତିନି ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୭୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୨ ଜଣ ଦିବ୍ୟଙ୍ଗ ଛାତ୍ରୀଙ୍କୁ ଉଚ୍ଚ ଶିକ୍ଷା ନିମନ୍ତେ ଲାପଟପ୍ ପ୍ରଦାନ କରିଛନ୍ତି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
