ଗୋପବନ୍ଧୁ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସାଇବର ଠକେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।
କାଲିମେଳା – ୧୭/୦୮/୨୬
ମାଲକାନଗିରି ଜିଲ୍ଲାର କାଲିମେଳା ବ୍ଲକ ଅନ୍ତର୍ଗତ ଗୋପବନ୍ଧୁ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସାଇବର ଠକେଇ ସଚେତନତା ଉପରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନ୍ ଏସ ଏସ କୋ-ଇଉନିଟ ତରଫରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ୩୦୦ ଉର୍ଦ୍ଧ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। କାଲିମେଳା ଥାନା ଆଇଆଇସି ଶ୍ରୀଯୁକ୍ତ ପ୍ରଭୁଦତ୍ତ ବିଶ୍ଵାଳ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସାଇବର ଠକେଇ ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ। ଶ୍ରୀଯୁକ୍ତ ବିଶ୍ଵାଳ ସାଇବର ଠକ ମାନଙ୍କର ବିଭିନ୍ନ ଶୈଳୀ ବିଷୟରେ ଛାତ୍ର ଛାତ୍ରୀ ମାନଙ୍କୁ ଅବଗତ କରାଇଥିବା ବେଳେ ସେଥିରୁ ଦୂରେଇ ରହିବା ପାଇଁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମର ପୋଗ୍ରାମ ଅଫିସର ଶ୍ରୀଯୁକ୍ତ ବିମଲ୍ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ସଭା କାର୍ଯ୍ୟ ପରିଚାଳନା ହୋଇଥିଲା। ପରିଶେଷରେ ସମାଜ ବିଜ୍ଞାନ ଅଧ୍ୟାପକ ଶ୍ରୀଯୁକ୍ତ ସୁଦାମ ଚରଣ ମାହାଲିଙ୍ଗ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭାକାର୍ଯ୍ୟ ସମାପ୍ତ କରିଥିଲେ। ରିପୋର୍ଟ – ସୁକୁମାର ମଣ୍ଡଳ
