ପୋଖରୀରେ ବୁଡ଼ି ବୃଦ୍ଧ ମୃତ
ସୋର(ଭଞ୍ଜଦୂତ, ଜ୍ୟୋତିପ୍ରକାଶ ଦୀକ୍ଷିତ, ନିପ୍ର): ବାହାନଗା ବ୍ଲକ ଖରାସାହାପୁର ଗ୍ରାମର ଜଣେ ବୃଦ୍ଧ ପୋଖରୀରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ସୂଚନା ଅନୁସାରେ ଏହି ଗ୍ରାମର ରତ୍ନାକର ମହାଳିକ( ୮୫)ଆଜି ସକାଳେ ଶୌଚ ହେବାକୁ ଘର ନିକଟରେ ଥିବା ପୋଖରୀକୁ ଯାଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ସେ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ସହିତ ପୋଖରୀରୁ ତାଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଡାକ୍ତରଖାନାରେ ପହଁଚି ଶବ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।
