ସୁରକ୍ଷା ସପ୍ତାହ ଅବସରରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ
ବ୍ରହ୍ମପୁର -ସୁରକ୍ଷା ସପ୍ତାହ ପାଳନ ଅବସରରେ ଆଜି ବ୍ରହ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବିଦ୍ୟାଳୟ ପରିସରକୁ ପରିଷ୍କାର ଓ ସୁରକ୍ଷିତ ରଖିବା ସହ ଛାତ୍ରୀମାନଙ୍କ ମଧ୍ୟରେ ସ୍ୱଚ୍ଛତା ଓ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।
ଏହି ସଫେଇ କାର୍ଯ୍ୟକ୍ରମରେ ସିଆରସିସି ବାଙ୍କ ପ୍ରଧାନ, ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ବନାନୀ ପାଣିଗ୍ରାହୀ, SMC ସଭାପତି ଅନିଲ କୁମାର ଚୌଧୁରୀ, SMC ସଦସ୍ୟ ଅଜୟ ଗୌଡ଼ା ଏବଂ ବିଦ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ। ବିଦ୍ୟାଳୟର ଛାତ୍ରୀମାନେ ମଧ୍ୟ ଉତ୍ସାହର ସହିତ ସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।
ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରୀମାନଙ୍କ ମଧ୍ୟରେ ସ୍ୱଚ୍ଛତା, ଦାୟିତ୍ୱବୋଧ ଓ ସୁରକ୍ଷିତ ପରିବେଶ ଗଠନ ସମ୍ପର୍କରେ ସଚେତନତା ବୃଦ୍ଧି ପାଇଥିଲା।
