ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍ ଉମା ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ l
ବୌଦ୍ଧ, ତା ୩୧/୦୮
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଉମା ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ lବିଡ଼ିଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଆସିଷ୍ଟାଣ୍ଟ କଲେକ୍ଟର ଜ୍ୟୋତିରଞ୍ଜନ ଭୁଏ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
