ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ପାଳିତ
(ଲାୟନ୍ ଡା. ରମେଶ ଅଗ୍ରୱାଲ୍, MJF:ନି:ପ୍ର)
ଭବାନୀପାଟଣା: ସ୍ଥାନୀୟ ଦୈନିକ ବଜାର, ଲକ୍ଷ୍ମୀ ବଜାରଠାରେ ପରମପୂଜ୍ୟ ସ୍ୱର୍ଗତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ମହାରାଜଙ୍କ ଜନ୍ମଜୟନ୍ତୀ ଶ୍ରଦ୍ଧା ଓ ଭକ୍ତିଭାବର ସହ ପାଳିତ ହୋଇଯାଇଛି।
ଏହି ଅବସରରେ ଉପସ୍ଥିତ ଶ୍ରଦ୍ଧାଳୁ ଓ ଅନୁଗାମୀମାନେ ସ୍ୱାମୀଜୀଙ୍କ ସ୍ମୃତିଚାରଣ କରି ତାଙ୍କର ଆଦର୍ଶ, ସେବା, ତ୍ୟାଗ ଓ ସମାଜ ପ୍ରତି ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ତାଙ୍କର ଆଦର୍ଶ ଓ ଚିନ୍ତାଧାରାକୁ ସମାଜରେ ଆଗକୁ ନେବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦିଆଯାଇଥିଲା।
ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ, ସ୍ଥାନୀୟ ବ୍ୟକ୍ତିବିଶେଷ ଓ ଅନୁଗାମୀମାନେ ଯୋଗଦେଇ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ମହାରାଜଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
